ପୁରୀ,୪।୧: ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବଡ଼ଦାଣ୍ଡରେ କିଛି ବ୍ୟବସାୟୀ ମହାପ୍ରସାଦ ନାମରେ ଖଜା ବିକ୍ରି କରୁଛନ୍ତି। ଶ୍ରୀମନ୍ଦିର ବାହାରେ ବିକ୍ରିକରୁଥିବା ଖଜାକୁ ବ୍ୟବସାୟୀମାନେ ବାହାରୁ ଆସୁଥିବା ପର୍ଯ୍ୟଟକଙ୍କୁ ମହାପ୍ରସାଦ କହି ବିକ୍ରି କରୁଛନ୍ତି। କିନ୍ତୁ ଆଜିଠାରୁ ଏହା ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଏହାକୁ ବ୍ୟବସାୟୀ ଅମାନ୍ୟ କରନ୍ତି, ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଜାରି କରିଛନ୍ତି। ମହାପ୍ରଭୁଙ୍କ ମହାପ୍ରସାଦ ଏବଂ ଖଜା ସଂପୂର୍ଣ୍ଣ ଭାବେ ଭିନ୍ନ, ହେଲେ ଖଜାକୁ ମହାପ୍ରସାଦ କହି ବିକ୍ରି କରୁଥିବା ଲୋକଙ୍କୁ ବିରତ ରହିବାକୁ ବର୍ତ୍ତମାନ ପରାମର୍ଶ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |