ଶ୍ରୀମନ୍ଦିର ସେବାୟତ ବିଶ୍ଵନାଥ ଖୁଣ୍ଟିଆ ନିଲମ୍ବିତ

ପୁରୀ  ,୫।୧: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି।ଶ୍ରୀମନ୍ଦିର ପରିସରରେ ବିଶୃଙ୍ଖଳା ସହ ଅନ୍ୟ ସେବାୟତଙ୍କୁ ମାର୍‌ପିଟ୍ ଘଟଣାରେ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏହି ଘଟଣାରେ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ ହୋଇଛନ୍ତି।ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ଵନାଥ ଖୁଣ୍ଟିଆଙ୍କୁ ନିଲମ୍ବିତ କରାଯାଇଛି। ଅନ୍ୟ ସେବାୟତଙ୍କୁ ମାରପିଟ୍‌ ଘଟଣାରେ ବିଶ୍ଵନାଥଙ୍କୁ ୩ ମାସ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୩ ମାସ ପାଇଁ ସମସ୍ତ ପ୍ରକାର ସେବାରୁ ନିବୃତ୍ତ ରହିବାକୁ ନିର୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!