ନୂଆଦିଲ୍ଲୀ,୫।୧:ଗୁଜରାଟର ପୋରବନ୍ଦର ବିମାନବନ୍ଦରରେ ଦୁର୍ଘଟଣା ଘଟିଛି। ରବିବାର ତଟରକ୍ଷୀ ବାହିନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଭାରତୀୟ ତଟରକ୍ଷୀ ବାହିନୀର ହେଲିକପ୍ଟର ଏଏଲଏଚ ଧ୍ରୁବ ଅଭ୍ୟାସ ଉଡ଼ାଣରେ ଥିବା ସମୟରେ ଅବତରଣ ବେଳେ ଯାନ୍ତ୍ରିକ ତ୍ରୁଟି କାରଣରୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |