ନୂଆଦିଲ୍ଲୀ ,୬ା୧:ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ ଓ ତେଲେଙ୍ଗାନାର ଚାର୍ଲପାଲି ଟର୍ମିନାଲ ଷ୍ଟେସନ ଭଳି ଏକାଧିକ ରେଲୱେ ପ୍ରୋଜେକ୍ଟର ଉଦଘାଟନ କରିଛନ୍ତି ମୋଦି।ଏହି ଅବସରରେ ମୋଦି କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ପ୍ରାକୃତିକ ସମ୍ପଦ ଭରି ରହିଛି। ଦୀର୍ଘ କିଲୋମିଟର ବ୍ୟାପୀ ସମୁଦ୍ର କୂଳ ବି ରହିଛି। ଓଡ଼ିଶାରେ ଅନ୍ତର୍ଜାତୀୟ ବାଣିଜ୍ୟର ପ୍ରବଳ ସମ୍ଭାବନା ରହିଛି। ଓଡ଼ିଶାରେ ଅନେକ ରେଳ ପ୍ରକଳ୍ପ ଉପରେ କାମ ଚାଲିଛି। ଏଥିରେ ୭୦ ହଜାର କୋଟି ଟଙ୍କାରୁ ଅଧିକ ନିବେଶ ହୋଇଛି। ରାଜ୍ୟରେ ୭ଟି ଗତିଶକ୍ତି କାର୍ଗୋ ଟର୍ମିନାଲର ଆରମ୍ଭ କରାଯାଇଛି। ଯାହା ବ୍ୟାପାର ଏବଂ ଉଦ୍ୟୋଗକୁ ଭରପୁର ସହାୟତା କରୁଛି। ଆଜି ରାୟଗଡ଼ା ରେଳ ଡିଭିଜନର ଶିଳାନ୍ୟାସ ଫଳରେ ଓଡ଼ିଶାରେ ଭିତ୍ତିଭୂମି ଆହୁରି ମଜବୁତ ହେବ। ଓଡ଼ିଶାରେ ପର୍ଯ୍ୟଟନ, ବାଣିଜ୍ୟ ଏବଂ ରୋଜଗାରର ସମ୍ଭାବନା ବୃଦ୍ଧି ପାଇବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଥିବା ଜନଜାତିଙ୍କୁ ଏହାର ଫାଇଦା ମିଳିବ ବୋଲି ମୋଦି କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |