ଭୁବନେଶ୍ବର,୭।୧: ଜାନୁଆରୀ ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାଜ୍ୟ ସଂଗ୍ରହାଳୟ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ। ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ରାଜ୍ୟ ସଂଗ୍ରହାଳୟ ସାଧାରଣତଃ ସନ୍ଧ୍ୟା ସାଢ଼େ ୫ଟା ଯାଏ ଖୋଲା ରହିଥାଏ। କିନ୍ତୁ ପ୍ରବାସୀ ଭାରତୀୟ ଦିବସ ରହିଥିବାରୁ ରାତିରେ ମଧ୍ୟ ସଂଗ୍ରହାଳୟ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି।ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜ୍ୟ ସଂଗ୍ରହାଳୟ ରାତି ୯ଟା ଯାଏଁ ଖୋଲାରହିବ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ଏହି ରାଜ୍ୟ ସଂଗ୍ରହାଳୟ। ରାଜ୍ୟ ସଂଗ୍ରହାଳୟରେ ପ୍ରବାସୀଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା ରହିଛି। ୯ଟି ଡିଜିଟାଇଜ୍ ଗ୍ୟାଲେରୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାର କଲା ସଂସ୍କୃତିକୁ ଡିଜିଟାଲି ଜାଣିବା ପାଇଁ ବ୍ୟବସ୍ଥା ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |