ଭୁବନେଶ୍ୱର,୮।୧:ଆଗାମୀ ୩ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ କୁହୁଡ଼ି ହୋଇପାରେ। ସେହି ସମୟରେ ଦୁର୍ଘଟଣାର ହେବାର ସମ୍ଭାବନା ରହିଛି। ଗୁରୁବାର କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି|ଆସନ୍ତା ୩ ଦିନ ପର୍ଯ୍ୟନ୍ତ ୫ ଜିଲ୍ଲାରେ କୁହୁଡ଼ି ପାଇଁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଜଗତସିଂହପୁର ଏବଂ କେନ୍ଦ୍ରପଡ଼ା ପାଇଁ କୁହୁଡ଼ି ଆଲର୍ଟ କରାଯାଇଛି ।ଅନେକ ସ୍ଥାନରେ ପାରଦ ୧୦ ଡିଗ୍ରୀ ବା ଏହାଠାରୁ କମ୍ ରହିବ। ତେବେ, ସପ୍ତାହ ପରେ ଶୀତ ପୂରା କମିଯିବ ବୋଲି ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |