ଶ୍ରୀମନ୍ଦିରରେ ୨୦ ତାରିଖରୁ ଧାଡ଼ିରେ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ,୯।୧:ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୨୦ ତାରିଖରୁ ଟ୍ରାଏଲ୍ ରନ୍ ହେବ।ଶ୍ରୀମନ୍ଦିରରେ ୨୦ ତାରିଖରୁ ଧାଡ଼ିରେ ଦର୍ଶନ କରିବେ ଶ୍ରଦ୍ଧାଳୁ।ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ଆଇନ ମନ୍ତ୍ରୀ ସୂଚନା ଜାରି କରିଛନ୍ତି। ସେ କହିଛନ୍ତି ଯେ, ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ସରିଛି। ୬ ଥାକିଆ ବ୍ୟାରିକେଡ ବ୍ୟବସ୍ଥା ହୋଇଛି। ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ ଦିଆଯାଇଛି। ମହିଳା ଓ ପୁରୁଷ ଦର୍ଶନାର୍ଥୀଙ୍କ ପାଇଁ ଅଲଗା ଅଲଗା ଧାଡ଼ିରେ ଦର୍ଶନ ବ୍ୟବସ୍ଥା ହେବ। ଯେଉଁମାନେ ପରିବାର ସହ ଯାଇ ଦର୍ଶନ କରିବାକୁ ଚାହିଁବେ, ସେମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!