ଭୁବନେଶ୍ୱର,୯।୧: ଆଜି ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି ପ୍ରବାସୀ ଭାରତୀୟ ଦିବସ ୨୦୨୫। ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିଛନ୍ତି । ରାଜଭବନରୁ ବାହାରି ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ପହଞ୍ଚିଥିଲେ। ସକାଳ ୧୦ରୁ ଉଦଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍ପତି ସ୍ବାଗତ କରିଥିଲେ।ପ୍ରାୟ ଦେଢ଼ ଘଣ୍ଟା କାର୍ଯ୍ୟକ୍ରମ ଚାଲିବ। ଏଥିପାଇଁ ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବେ। ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ସହ ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହ। ଏଥିରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ଆଜି ଅପରାହ୍ମରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି|ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସମ୍ମିଳନୀର ପ୍ରଥମ ଦିନରେ ଯୁବ ପ୍ରବାସୀ ଭାରତୀୟ ଦିବସର ଉଦଘାଟନ କରିଥିଲେ। ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ଭାରତୀୟ ନାଗରିକ। ପ୍ରବାସୀଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମୈଦାନ। ରାଜ୍ୟର ୭ଟି ସ୍ଥାନ ବୁଲିବେ ପ୍ରବାସୀ। ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ। ଆସନ୍ତାକାଲି ଯୁବ ସମାବେଶରୁ ଆରମ୍ଭ ହେବ ଏହି ୩ ଦିନିଆ ସମ୍ମିଳନୀ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |