ତିରୁପତି ମନ୍ଦିରରେ ଦଳାଚକଟା; ୭ ମୃତ

ତିରୁପତି,,୯ା୧: ତିରୁପତିରେ ଅଘଟଣ । ପ୍ରସିଦ୍ଧ ଭେଙ୍କଟେଶ୍ୱରଙ୍କ ମନ୍ଦିର ବାହାରେ ଦଳାଚକଟାରେ ୬ ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଯାଇଛି । ତିରୁମାଲା ତିରୁପତି ମନ୍ଦିର ପରିସରରେ ବୁଧବାର ବାଲାଜୀଙ୍କ ବୈକୁଣ୍ଠ ଦ୍ବାର ଦର୍ଶନ ପାଇଁ ଦଳାଚକଟା ହେବାରୁ ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହିତ ୬ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ କରାଯାଇଥÒବା ବେଳେ ତାଙ୍କ ନାମ ମଲ୍ଲିକା ଏବଂ ସେ ତାମିଲନାଡୁର ସାଲେମ ଅଞ୍ଚଳର ବୋଲି ଜଣାପଡ଼ିଛି।   ୨୫ରୁ ଅଧିକ ଗୁରୁତରଙ୍କ ସମେତ ଶତାଧିକ ଆହତ ହସପିଟାଲରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା ରହିଛି । ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି । ଆହତଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସକାଳ ୧୦ଟାରେ ହସପିଟାଲରେ ଆହତଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ବୁଧବାର ପ୍ରଭୁ ଭେଙ୍କଟେଶ୍ୱରଙ୍କ ବୈକୁଣ୍ଠ ଦ୍ୱାର ଦର୍ଶନ ପାଇଁ ଟୋକନ୍ ବଣ୍ଟନ ସମୟରେ ଘଟିଥିଲା ଦଳାଚକଟା ସ୍ଥିତି । ଜାନୁଆରୀ ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଦର୍ଶନ ପାଇଁ ପ୍ରଭୁ ଭେଙ୍କଟେଶ୍ୱରଙ୍କ ବୈକୁଣ୍ଠ ଦ୍ୱାର ଖୋଲିବାକୁ ମନ୍ଦିର ପ୍ରଶାସନ ପକ୍ଷରୁ ଘୋଷଣା ହୋଇଥିଲା । ଏଥିପାଇଁ ୪ ହଜାରରୁ ଅଧିକ ଶ୍ରଦ୍ଧାଳୁ ବୈରାଗି ପାଟ୍ଟିଡା ପାର୍କରେ ଲାଇନ ଲଗାଇଥିଲେ । ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକା ସମୟରେ ସେହି ସ୍ଥାନକୁ ଯିବାକୁ ଚେଷ୍ଟା କରିବାରୁ ଦଳାଚକଟା ସ୍ଥିତି ଉପୁଜିଥିଲା। ଅଘଟଣ ପରେ ମନ୍ଦିର କମିଟି ପକ୍ଷରୁ ହୋଇଛି ଜରୁରୀ ବୈଠକ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!