ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍ ହୁଅନ୍ତୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି।ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ। ପ୍ରବାସୀ ଭାରତୀୟଙ୍କୁ ମଞ୍ଚ ଉପରେ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ୟବସାୟ ପାଇଁ ଓଡ଼ିଶା ଉପଯୁକ୍ତ ସ୍ଥାନ। ଏଠି ଅପର୍ଯ୍ୟାପ୍ତ ସୁଯୋଗ ରହିଛି। ତେଣୁ ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ପ୍ରବାସୀ ଭାରତୀୟ ସମ୍ମିଳନୀକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏବେ ପୂର୍ବୋଦୟ ମିଶନର ଫୋକସରେ ରହିଛି ଓଡ଼ିଶା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡ଼ିଶାର ବିକାଶ ଦ୍ରୁତଗତିରେ ହେଉଛି। ଓଡ଼ିଶା ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର। ଚିଲିକା, ଗୋପାଳପୁର, ଶିମିଳିପାଳ ବୁଲନ୍ତୁ ଏବଂ ଓଡ଼ିଶା ବିଷୟରେ ଅଧିକ ଜାଣନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ଭାରତ ବିଶ୍ୱରେ ପଞ୍ଚମ ସର୍ବବୃହତ ଅର୍ଥନୀତି ହୋଇଥିବାବେଳେ ଓଡ଼ିଶା ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ (୧ ଲକ୍ଷ ୫୦ ହଜାର) ଡଲାର ଅର୍ଥନୀତିରେ ପହଞ୍ଚିବ ବୋଲି ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଏବେଠାରୁ ମୂଳଦୁଆ ପଡ଼ିବ। ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନ କରିବାକୁ ଆମେ ସମସ୍ତ ପ୍ରକାରର ପ୍ରସ୍ତୁତି ଆରମ୍ଭ କରିଛୁ। ତେଣୁ ଓଡ଼ିଶାରେ ପୁଞ୍ଜିନିବେଶ କରିବା ଅର୍ଥ ଭବିଷ୍ୟତ ପାଇଁ ନିବେଶ କରିବା ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!