ଭୁବନେଶ୍ୱର,୯।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ରିସର୍ଚ୍ଚ (ଆଇସିଏଆର) ପରିସରର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବା ପରେ ଗୁଆହାଟୀ ବିମାନବନ୍ଦରରୁ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ଓଡ଼ିଶାର କଳାକାରମାନେ ବିମାନବନ୍ଦର ସାମ୍ନାରେ ପାରଂପରିକ ଓ ସାଂସ୍କୃତିକ ଗୀତ, ନୃତ୍ୟ ଓ ବାଦ୍ୟ ସହିତ ସ୍ବାଗତ କରିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ ବାହାରି ରାଜଭବନ ଯାଇଥିଲା।ଗୁରୁବାର ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିବେ। କାଲି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ।ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦ୍ଯାପନୀ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁକ୍ରବାର ୨୭ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ।ଉଦ୍ଯାପନୀ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨୭ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ। ଏହା ପୂର୍ବରୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପୂର୍ଣ୍ଣାଙ୍ଗ ଅଧିବେଶନରେ ‘ପ୍ରବାସୀ ଭାରତୀୟ ସଂଳାପ: ସଂସ୍କୃତି, ସଂଯୋଗ ଓ ସମ୍ପର୍କର କାହାଣୀ’ ଉପରେ ଆଲୋଚନା ହେବ। ସେହିପରି ଏହି ତିନି ଦିନରେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫ଟି ପୂର୍ଣ୍ଣାଙ୍ଗ ଅଧିବେଶନ ହେବ। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ରାଷ୍ଟ୍ରପତି ପ୍ରାୟ ୫ ଘଣ୍ଟା ବିତାଇବା ପରେ ପୁଣି ବିମାନବନ୍ଦିର ଅଭିମୁଖେ ବାହାରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |