ଭୁବନେଶ୍ୱର,୧୦ା୧: ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ୩ଦିନିଆ ସମାରୋହକୁ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଉଦଘାଟନ କରିଥିଲେ । ଜନତା ମଇଦାନରେ ଆୟୋଜିତ ଏହି ସମାରୋହରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦି ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିଥିଲେ ।ଆଜି ଅପରାହ୍ନରେ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ସମାପନ ସମାରୋହ ତଥା ପୁରସ୍କାର ପ୍ରଦାନ ଉତ୍ସବରେ ସାମିଲ ହେବେ ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି । ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତିବିଶେଷଙ୍କ ନାମ ଘୋଷଣା ସରିଛି । ଏହାପରେ ସେ ନୂଆଦିଲ୍ଲୀ ଫେରିଯିବେ। ଗତକାଲି ସଂଧ୍ୟାରେ ରାଷ୍ଟ୍ରପତି ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ସ୍ୱାଗତ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |