ଭୁବନେଶ୍ବର,୧୧।୧:ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ। ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନକୁ ପରିଦର୍ଶନ କରିପାରିବେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।ପ୍ରଦର୍ଶନୀ ମଧ୍ୟରେ ପ୍ରମୋସନାଲ ଷ୍ଟଲଗୁଡିକ ବୁଲି ଦେଖିବେ ସାଧାରଣ ଜନତା ଏବଂ ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ। ଭୁବନେଶ୍ୱର ଜନତା ମଇଦାନ ୩ ଦିନିଆ ପ୍ରବାସୀ ଭାରତୀୟ ସମ୍ମିଳନୀରେ ବିଦେଶରେ ରହୁଥିବା ପ୍ରବାସୀମାନେ ଯୋଗ ଦେଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |