ଆୟୁଷ୍ମାନ ଭାରତ ଯୋଜନା ପାଇଁ MoU ସ୍ୱାକ୍ଷର

ଭୁବନେଶ୍ୱର,୧୩।୧:ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ସ୍ବାକ୍ଷରିତ ହୋଇଛି MoU । ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି ।  ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱିନ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ନୂଆ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!