ନୂଆଦିଲ୍ଲୀ ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ୱାକ୍ଷର ହୋଇଛି । ଏହା ଅନ୍ତର୍ଗତ ରାଜ୍ୟର ୧.୩ କୋଟି ପରିବାରଙ୍କୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ବକ୍ତବ୍ୟ ରଖିଛନ୍ତି । ଦିଲ୍ଲୀ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର । ଆୟୁଷ୍ମାନ ଭାରତ ପାଇଁ MOU ବେଳେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ମନ୍ଦିରରେ ରହିବେ ଯୋଗ ଶିକ୍ଷକ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ । ପ୍ରତି ପଞ୍ଚାୟତରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ହେବାକୁ ଥିବା ବେଳେ ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |