ଭୁବନେଶ୍ୱର, ୧୩ା୧:ମଧ୍ୟାହ୍ନ ଭୋଜନ ସହ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର। ଗିଫ୍ଟ ମିଲ୍କ୍କ ଯୋଜନାରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ପ୍ରତିଦିନ ୨୦୦ ଏମ୍ଏଲ୍ ଭିଟାମିନ୍ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା ହୋଇଛି। ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ପଦକ୍ଷେପ ନେବାକୁ ଯାଉଛନ୍ତି। ଏଥିନିମନ୍ତେ ପାଇଲଟ ପ୍ରୋଜେକ୍ଟ ଆରମ୍ଭ ହୋଇଛି। ଆଗାମୀ ଦିନରେ ଏହାକୁ ସମଗ୍ର ରାଜ୍ୟରେ କାର୍ଯ୍ୟକାରୀ କରିବା ନିମନ୍ତେ ଯୋଜନା ପ୍ରସ୍ତୁତ ହେଉଥିବା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।ରାଷ୍ଟ୍ରପତିଙ୍କ ଜିଲ୍ଲା ମୟୁରଭଞ୍ଜର ରାଇରଙ୍ଗପୁରରେ ପାଇଲଟ ପ୍ରୋଜେକ୍ଟ ଭାବେ ଏହାର ଶୁଭାରମ୍ଭ କରାଯାଇଛି। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨ଶହ ଗ୍ରାମ ଲେଖାଏଁ ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବା କାର୍ଯ୍ୟକ୍ରମର ଗତକାଲି ଶୁଭାରମ୍ଭ ହୋଇଛି । ପରେ ଏହା ସବୁ ସ୍କୁଲରେ ଲାଗୁ କରାଇବାପାଇଁ ସରକାର ଯୋଜନା କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।ଏନେଇ ମନ୍ତ୍ରୀ କହିଛନ୍ତି, ଗତକାଲି ଗିଫ୍ଟ ମିଲ୍କ ଦେବା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ପିଲାଙ୍କୁ ପୋ଼ଷଣ ଓ ପ୍ରୋଟିନ ଯୋଗାଇବାକୁ ଏପରି ପଦକ୍ଷେପ ନିଆଯାଇଛି। ଏହାକୁ ପାଇଲଟ ପ୍ରୋଜେକ୍ଟ ଭାବେ ନିଆଯାଇଛି। ଆଗକୁ ସମଗ୍ର ରାଜ୍ୟରେ ମଧ୍ୟାହ୍ନ ଭୋଜନରେ ବି କ୍ଷୀର ସାମିଲ କରିବାକୁ ଯୋଜନା ପ୍ରସ୍ତୁତ କରାଯାଉଛି। ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ୨ଶହ ମିଲିଲିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ସରକାର ଯୋଜନା କରୁଥିବା ମନ୍ତ୍ରୀ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |