ଏଥର ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ,୧୪।୧ : ଦଶମ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ବୋର୍ଡର ବଡ଼ ପଦକ୍ଷେପ। ଚଳିତ ବର୍ଷ ବୋର୍ଡ ପକ୍ଷରୁ ହେବାକୁ ଯାଉଥିବା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ବାର୍ କୋଡ୍‌ ସହ ୱାଟର ମାର୍କ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା ହୋଇଛି। ବର୍ତ୍ତମାନ ପରୀକ୍ଷା ମୂଳକ ଭାବରେ ଓଡିଶା ସେକେଣ୍ଡାରୀ ହାଇସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ OSSTETରେ ଏହାକୁ ପ୍ରଶ୍ନ ପତ୍ରରେ ବ୍ୟବହାର କରାଯାଇଛି। ୧୭ ତାରିଖରେ ପରୀକ୍ଷା ଅଛି, ଯଦି ସଫଳତା ମିଳେ ତେବେ ମାଟ୍ରିକରେ ମଧ୍ୟ ଏହାକୁ ଲାଗୁ କରାଯିବାକୁ ବ୍ୟବସ୍ଥା କରାଯିବ। ଏନେଇ  ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।ପରୀକ୍ଷାମୂଳକ ଭାବେ ଆସନ୍ତା ୧୭ ରେ ହେବାକୁ ଥିବା ପରୀକ୍ଷା ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ଲଗାଯାଇଛି । ପ୍ରତ୍ୟେକ ପ୍ରଶ୍ନପତ୍ରର ସିରିଏଲ ନମ୍ବର ଓ ପରୀକ୍ଷାର୍ଥୀଙ୍କ ରୋଲ୍ ନମ୍ବର ସମସ୍ତ ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ବ୍ୟବସ୍ଥାରେ ରହିଛି । ତେଣୁ ପ୍ରଶ୍ନପତ୍ର ଯଦି ଭାଇରାଲ୍ ହେଲା ତେବେ ତାହା କେଉଁ ସେଣ୍ଟରରୁ ଏବଂ କେଉଁ ପରୀକ୍ଷାର୍ଥୀଙ୍କର ତାହା ଜଣାପଡିବା ଅତି ସହଜ ହେବ । ତେଣୁ ଏହି ୱାଟର ମାର୍କ ବ୍ୟବସ୍ଥା ଦ୍ୱାରା ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ପ୍ରତିହତ ହୋଇ ପାରିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!