ବଢିବ ଶୀତ: ୨ରୁ ୩ ଡିଗ୍ରୀ ତଳକୁ ଖସିବ ପାରଦ

ଭୁବନେଶ୍ୱର, ୧୫ା୧:ରାଜ୍ୟରେ  ବଢିବ ଶୀତ। ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ଭିତରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ଶୀତ ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୭ ତାରିଖ ପରଠାରୁ ତାପମାତ୍ରା କମିବା ସହ ଶୀତ ବଢିବ। ସ୍ଵାଭାବିକ ଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବା ନେଇ ସୂଚନା ମିଳିଛି। ଆସନ୍ତା ଦୁଇ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଅନ୍ୟପଟେ ୧୬ ତାରିଖ ଯାଏଁ ଘନ କୁହୁଡି ନେଇ କିଛି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷ କରି ୩ ଜିଲ୍ଲା ଅଧିକ କୁହୁଡି ଦୃଶ୍ୟମାନ ହେବ। କଳାହାଣ୍ଡି , କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାକୁ ସତର୍କ କରାଯାଇଛି। ଏସବୁ ଜିଲ୍ଲା ରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ କ୍ଷମତା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!