ଭୁବନେଶ୍ବର, ୧୬ା୧ : ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ନ । କାଲି ଦିନ ୧୧.୪୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ଅପରାହ୍ନ ୨ ଟାରେ ସିଙ୍ଗାପୁର ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।ସେହିପରି ଅପରାହ୍ନ ୪ ଟା ରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ବାକ୍ଷରିତ କରିବେ । ତାହା ସହିତ ୱାର୍ଲଡ଼ ସ୍କିଲ ସେଣ୍ଟର ମଧ୍ୟ ବୁଲି ଦେଖିବେ ସିଙ୍ଗାପୁର ରାଷ୍ଟ୍ରପତି । ସେହିପରି ୧୮ ତାରିଖରେ ରଘୁରାଜପୁର ହେରିଟେଜ ଭିଲେଜ ବୁଲି ଦେଖିବା ତାହା ପରେ ଆଇଓସିଏଲ ଇଣ୍ଟରପେସନ ବୁଲି ଦେଖିବେ । ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ । ଅପରାହ୍ନରେ ଅନ୍ଧାରୁଆରେ ଥିବା ଭାରତ ବାୟୋଟେକର ଟୀକା ପ୍ରସ୍ତୁତ କେନ୍ଦ୍ର ପରିଦର୍ଶନ କରି ଅଧିକାରୀ ମାନଙ୍କ ସହ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ନ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |