ଭୁବନେଶ୍ୱର,୧୬।୧: ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ ।ଏହି ସହାୟତା ରାଶି ଘୋଷଣା କରିଛନ୍ତି ଓଡ଼ିଶା ସରକାର । ଚଳିତ ଜାନୁଆରୀ ମାସ ୨୫ରୁ ଏହି ସହାୟତା ରାଶି ଯୋଗାଇଦିଆଯିବ । ପୂର୍ବରୁ ଏନେଇ ନିଷ୍ପତ୍ତି ନିଆଯାଇଥିବା ବେଳେ ଏହାକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।ଗୁରୁବାର ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ସହାୟକ ରାଶି ପ୍ରଦାନ ନେଇ ବିଜ୍ଞପ୍ତି ଜାରି କରାଯାଇଛି।ତେବେ ରାଜ୍ୟରେ ବର୍ତ୍ତମାନ ୫୫ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ। ଏଥିପାଇଁ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |