ଓଡ଼ିଶାରେ HMPV ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୧: ରାଜ୍ୟରେ ଏବେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ତେବେ ଖୋର୍ଦ୍ଧା କାଇପଦର ଅଞ୍ଚଳରୁ ଜଣେ HMPV ରୋଗୀ ଚିହ୍ନଟ ହୋଇଥିବା ଖବର ଭାଇରାଲ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଏବେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ଯେତିକି ନମୂନା HMPV ପରୀକ୍ଷା ପାଇଁ ଯାଇଛି, ସବୁ ନେଗେଟିଭ ଆସିଛି। ଭୟଭୀତ ହେବାର ଆବଶ୍ୟକତା ନାହିଁ। ସାଧାରଣ ଥଣ୍ଡା ଜ୍ବର ଭଳି ଏହାର ଲକ୍ଷଣ। ତେଣୁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!