ଭୁବନେଶ୍ୱର,୧୭ା୧: ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧୦୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି।ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବଢ଼ିଲା । ଦରମା ବଢ଼ିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଣିକି ମାସିକ ଦରମା ବାବଦକୁ ମିଳିବ ୧୬,୦୦୦ ଟଙ୍କା ।ଉପକୃତ ହେବେ ୧୩,୭୪୦ ଶିକ୍ଷକ । ପୂର୍ବରୁ ୧୧ ହଜାର ୧୦୦ ଟଙ୍କା ପାରିଶ୍ରମିକ ମିଳୁଥିଲା ।ଉଭୟ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି କରାଯାଇଛି ।ଗୋଦାବରିସ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା: ଦରମା ବୃଦ୍ଧି ସାଙ୍ଗକୁ ଏହି ବର୍ଗର ଶିକ୍ଷକମାନଙ୍କ ଇପିଏଫ୍ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାିଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବାବେଳେ ଏବେ ସେମାନଙ୍କୁ ୧୭୯୫୦ ଟଙ୍କା ଦିଆଯିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |