ଡାବୁଗାଁ ରେ ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ

ନବରଙ୍ଗପୁର(ମିହିର ଶଙ୍କର ପାତ୍ର), ୧୭ା୧:-ଉଦ୍ୟାନ କୃଷି ବିଭାଗ ତରଫରୁ ଡାବୁଗାଁ ରେ ଆଜି ଅପରାହ୍ନ 1ଘଣ୍ଟା ସମୟରେ ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ ହୋଲା । ସହକାରୀ ଉଦ୍ୟାନ କୃଷି ଅଧିକାରୀ ରବି ଶଙ୍କର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ମାଝୀ, କୃଷକ ପ୍ରତିନିଧି ତଥା ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରୀ ସଭ୍ୟ ଜୟନ୍ତ କୁମାର ପାତ୍ର ଏବଂ ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ ଏବଂ କୃଷି ସମ୍ବନ୍ଧୀୟ ଅନ୍ୟାନ୍ୟ ବିଭାଗ ର ଅଧିକାରୀମାନେ ଯୋଗଦେଇ ଥିଲେ। ବ୍ଲକର ଅଧିକାଂଶ ପଞ୍ଚାୟତ ର ପ୍ରମୁଖ ଚାଷୀ, କ୍ଷୁଦ୍ର ଚାଷୀ ଓ ନାମମାତ୍ର ଚାଷୀ ଉପସ୍ଥିତ ଥିଲେ। ବିଭିନ୍ନ ବିଭାଗ ର ଅଧିକାରୀ ମାନେ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ ବିଷୟରେ ବୁଝାଇ ଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!