ଭୁବନେଶ୍ୱର,୧୭।୧: ଶୁକ୍ରବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ଶନମୁଗରତ୍ନ। ତାଙ୍କ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ଏବଂ ବରିଷ୍ଠ ଅଧିକାରୀମାନେ ମୁତୟନ ରହିବେ। ଭିଭିଆଇପିଙ୍କ ସୁରକ୍ଷା ଓ ଜନସାଧାରଣଙ୍କ ସୁଗମନାଗମନକୁ ଦୃଷ୍ଟିରେ ରଖି ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ସେଥିପାଇଁ ଟ୍ରାଫିକ୍ ଗାଇଡ୍ଲାଇନ୍ ଜାରି କରିଛି କମିସନରେଟ୍ ପୁଲିସ। ୨ ଦିନ ଟ୍ରାଫିକ୍ କଟକଣା ରହିବ। ଦିନ ୧୧.୪୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଅପରାହ୍ଣ ୨ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅପରାହ୍ଣ ୪ଟାରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିବେ।ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ୮ଟି ପ୍ରକଳ୍ପ ଉପରେ ସିଙ୍ଗାପୁର ସହ ଚୁକ୍ତି(ଏମଓୟୁ) ସ୍ୱାକ୍ଷରିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଇଣ୍ଡଷ୍ଟ୍ରିଆଲ ପାର୍କ, ଗ୍ରୀନ ହାଇଡ୍ରୋଜେନ କରିଡର, ସେମି କଣ୍ଡକ୍ଟର, ନୂଆ ସହରର ବିକାଶ ଓ ପେଟ୍ରୋଲିୟମ କେମିକାଲ୍ସ କ୍ଷେତ୍ରରେ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଆଗାମୀ ଦିନରେ ଆହୁରି ଅନେକ ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |