କଟକ ,୧୭।୧: ଜଷ୍ଟିସ ଅରିନ୍ଦମ ସିହ୍ନା ହୋଇଛନ୍ତି ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି। ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଚଳିତ ମାସ ୧୯ରେ ଅବସର ନେଉଛନ୍ତି। ଏଣୁ ତାଙ୍କ ସ୍ଥାନରେ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଜାନୁଆରୀ ୨୦ରୁ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟର କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ଗ୍ରହଣ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |