କେନ୍ଦ୍ରାପଡା,୧୯।୧: ଚଳିତବର୍ଷ ଭିତରକନିକାରେ ବଢିଛି ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା। ଗତବର୍ଷ ତୁଳନାରେ ଭିତରକନିକାରେ ୧୯୩ଟି ଅଧିକ ବିଦେଶ ପକ୍ଷୀ ଙ୍କ ଆଗମନ ହୋଇଛି। ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି। ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି। ତେବେ ୧୮ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ରାଜନଗର ବନଖଣ୍ଡର ରାଜ ନଗର, ଗହୀରମଥା, ମହାକାଳପଡା ଏବଂ କୁଜଙ୍ଗ ୫ଟି ରେଞ୍ଜରେ ଗତକାଲିଠାରୁ ପକ୍ଷୀ ଗଣନା କରାଯାଉଛି। ସେପଟେ ଜାନୁୟାରୀ ୧୪ରୁ ଭିତରକନିକାରେ କୁମ୍ଭୀର ଗଣନା ପାଇଁ ୨୨ ତାରିଖ ଯାଏଁ ବନ୍ଦ ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |