ଭୁବନେଶ୍ୱର,୨୧।୧:ରାଜ୍ୟରେ କମିବ ଶୀତ ଲହରୀ । ଆଜିଠୁ ରାତିର ତାପମାତ୍ରା ବୃଦ୍ଧି ପାଇବାକୁ ଥିବାବେଳେ ଏହା ପ୍ରଭାବରେ କମିବ ଶୀତ। କିନ୍ତୁ କଲବଲ କରିବ ଘନ କୁହୁଡ଼ି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟ ରହିବ । ଏହାର ପ୍ରଭାବରେ ରାଜ୍ୟକୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଆସିବ । ଏହାଫଳରେ ରାତି ତାପମାତ୍ରା ବଢ଼ିବ ଓ ଶୀତ କମିଯିବ । ଏଭଳି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ଉମା ଶଙ୍କର ଦାସ । ୨୨ ଓ ୨୩ ତାରିଖ ଦୁଇ ଦିନ ଗୁରୁଚାପ ବଳୟର ପ୍ରଭାବ ରହିବ। ବାୟୁମଣ୍ଡଳରେ ଜଳୀୟବାଷ୍ପର ମାତ୍ରା ବଢ଼ିଯିବ । ଏଥିପାଇଁ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ପଶ୍ଚିମା ଝଡ଼ର ପ୍ରଭାବ ରହିଲେ ଏଭଳି ସ୍ଥିତି ବଢ଼ିବ। ୨୧ ତାରିଖରୁ ଦେଶର ଉତ୍ତର ପଶ୍ଚିମ ଭାଗରେ ପଶ୍ଚିମା ଝଡ଼ର ପ୍ରଭାବ ରହିବା ସମ୍ଭାବନା ଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ କମିବା ସହ କୁହୁଡ଼ିର ପ୍ରଭାବ ବଢ଼ିବ। ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେଉଛି ।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୨୨ ତାରିଖରେ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁବଳୟର ଉପସ୍ଥିତି ସମ୍ଭାବନା ଥିବାରୁ, ରାଜ୍ୟକୁ ଉଷ୍ମ ଜଳବାୟୁ ପ୍ରବେଶ କରିବ। ଫଳରେ ରାତିର ତାପମାତ୍ରାରେ ବୃଦ୍ଧି ଘଟି ଶୀତ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ତେବେ ରାଜ୍ୟରେ ଶୀତ କମିବାକୁ ଥିବାବେଳେ କୁହୁଡି ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ କିଛି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ସକାଳ ଓ ରାତି ସମୟରେ ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ଏଥିପାଇଁ ଗାଡ଼ି ମଟର ଧୀରେ ଚଳାଚଳ କରିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସର୍ତକ କାରଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |