ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍‌କାଉଣ୍ଟରରେ ଟଳିଲେ ୧୪ ମାଓବାଦୀ

ନୂଆପଡ଼ା, ୨୧।୦୧ : ସୁରକ୍ଷାକର୍ମୀଙ୍କୁ  ସଫଳତା । ଏନ୍‌କାଉଣ୍ଟରରେ ଟଳିଲେ ୧୦ରୁ ଅଧିକ ମାଓବାଦୀ । ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀ ଏବଂ ପୋଲିସକୁ ମିଳିଛି ଏହି ସଫଳତା । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । ସୁରକ୍ଷାକର୍ମୀଙ୍କୁ ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୪ ମାଓବାଦୀ। । ନୂଆପଡ଼ା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀ ଏବଂ ପୁଲିସକୁ ମିଳିଛି ଏହି ସଫଳତା।ମୃତକଙ୍କ ମଧ୍ୟରେ ୨ ମହିଳା ମାଓ କ୍ୟାଡର ଥିବା ସୂଚନା ରହିଛି। ଓଡିଶା, ଛତିଶଗଡ ପୋଲିସ ଏବଂ ସିଆରପିଏଫ ଯବାନଙ୍କ ମିଳିତ ଅପରେସନରେ ମିଳିଛି ବଡ଼ ସଫଳତା। ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ଜବତ ହୋଇଛି। ଗରିଆବନ୍ଧରେ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ। ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫  କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ଗୁଇନ୍ଦା ସୂଚନା ମିଳିଥିଲା।  ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି କମ୍ବିଂ ଅପରେସନ୍ ଜାରି ରଖିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!