ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ,୧୨ ଘଣ୍ଟିଆ ବରଗଡ଼ ବନ୍ଦ

ବରଗଡ଼ ,୨୧/୦୧: ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ମୁମୂର୍ଷୁ  ଅବସ୍ଥାରେ ଉଦ୍ଧାର ଘଟଣା । ଘଟଣାକୁ ସପ୍ତାହେ ବିତିଯାଇଥିଲେ ସୁଦ୍ଧା ପୋଲିସ୍‌ ସୋମବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପୁର ବ୍ଲକ ପୁଟୁକାର ସର୍ଜନ ଡନସେନା, ପ୍ରହଲ୍ଲାଦ ଦାଶ ଏବଂ ଜଗଦଲପୁର ଥାନା ଅନ୍ତର୍ଗତ ଧୂମାଭଟାର ଜୟକୃଷ୍ଣ ଡନସେନା । ହେଲେ ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର ଅଛି । ଯୁବତୀ ନିଖୋଜ ଘଟଣାର ୯ଦିନ ପରେ ବି ପୋଲିସ୍‌ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବାରେ ବିଫଳ ହୋଇଛି । ଏହାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ  ବରଗଡ଼ ବନ୍ଦ ଡାକରା ଦିଆଯାଇଛି । ବିଜେଡି, ବ୍ୟବସାୟୀ ସଂଘ, ବିଭିନ୍ନ ସାମାଜିକ ସଙ୍ଗଠନ ସମେତ ୩୦ ରାଜନୈତିକ ଓ ଅଣରାଜନୈତିକ ସଙ୍ଗଠନ ଏହାକୁ ସମର୍ଥନ ଜଣାଇଛନ୍ତି । ସକାଳୁ ସହର ବିଭିନ୍ନ ଛକରେ ବନ୍ଦ ପାଳନ ହେଉଥିବାର ଦେଖିବାକୁ ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!