ରାଜ୍ୟ ବାହାରେ ରହୁଥିବା ମହିଳା ପାଇବେ ସୁଭଦ୍ରା

ଭୁବନେଶ୍ୱର,୨୧।୧: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି।ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି । ସୋମାନଙ୍କୁ ଆବେଦନ କରିବାକୁ ଅନୁରୋଧ କଲେ ଉପମୁଖ୍ୟମନ୍ତ୍ରୀ । ଜଲ୍‌ଦି ଆବେଦନ କରନ୍ତୁ, ଟଙ୍କା ଦେବୁ । ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ଟଙ୍କା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଏଇ ମାସ ଶେଷ ସପ୍ତାହରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। କିନ୍ତୁ ବିଡମ୍ବନା,ଏବେ ବି ୨ ଲକ୍ଷରୁ ଅଧିକ ମହିଳା ନିଜର କେୱାଇସି ଅପଡେଟ କରିନାହାନ୍ତି। ଆଉ ଅଜାଣତରେ ଅପ୍ଟ୍ ଆଉଟ ହୋଇଥିବା ୩୧ ହଜାର ମହିଳାଙ୍କ ମଧ୍ୟରୁ ଅପ୍ଟ୍ ଇନ୍ କରିଛନ୍ତି ୧୭ ହଜାର। ତେଣୁ ସରକାର ମାସ ଶେଷ ଆଡକୁ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ପ୍ରସ୍ତୁତ ହେଉଥିବାରୁ ଯଥାଶୀଘ୍ର କେୱାଇସି ଅପଡେଟ ପାଇଁ କିଛିଦିନ ତଳେ ଅପିଲ କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏପେଟ ଏବେ ବି ଅନେକ ଆବେଦନକାରୀ ଆଶା ଆଶଙ୍କାରେ ରହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!