ନବରଙ୍ଗପୁର( ମିହିର ଶଙ୍କର ପାତ୍ର),୨୨।୧:- ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ମାନଙ୍କୁ ନେଇ 15ତାରିଖ ଠାରୁ ଆରମ୍ଭ ହୋଇଥିବା ରାଣୀ ଲକ୍ଷ୍ମୀବାଇ ଆତ୍ମ ରକ୍ଷା ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହେଲା।ଭୈରବ ମହା ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକଙ୍କ ଅଧକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ବ୍ଲକ ଅଧକ୍ଷା ବୀଣା ମାଝୀ।ଉକ୍ତ ଶିବିରରେ ମଞ୍ଚ ପରିଚାଳନା କରିଥିଲେ ସଂଯୋଜିକା ଅଧ୍ୟାପିକା ପ୍ରତିକ୍ଷା ପ୍ରିୟ ଦର୍ଶନୀ ସ୍ଵାଇଁ।ଆଜି ଏହି ଅବସରେ ଉପସ୍ଥିତି ଥିଲେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା। ଆଠଦିନ ଧରି ଚଳିଥିବା ଏହି ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷକ ଭାବେ ମାଳିଗୁଡ଼ା ବିଦ୍ୟାଳୟର ଶିକ୍ଷୟତ୍ରୀ ସୁକାନ୍ତି ସାହୁ ଓ ମେଦନା ବିଦ୍ୟାଳୟର ଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ମଣ୍ଡଳ ପ୍ରଶିକ୍ଷଣ ଦେଇଥିଲେ l ଏଭଳି ତାଲିମ ପ୍ରତ୍ୟେକ ଛାତ୍ରୀ ମାନଙ୍କ ପାଇଁ ନିହାତି ଜରୁରୀ l ଉକ୍ତ ତାଲିମ ଛାତ୍ରୀ ମାନଙ୍କ ପାଇଁ ଏକ ସୁରକ୍ଷା କବଚ ହେବ। ଆଜି ଉଦଯାପିତ ଉତ୍ସବରେ ଛାତ୍ରି ମାନଂକୁ ସାର୍ଟିଫିକେଟ ପ୍ରଦାନ କରାଯାଇ ଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |