ନବରଙ୍ଗପୁର,୪।୧: ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ନବରଙ୍ଗପୁର ଜିଲାର ଖାତିଗୁଡ଼ାସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତିରେ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ଗୁରୁବାର ଖାତିଗୁଡ଼ାସ୍ଥିତ ନବୋଦୟ ବିଦ୍ୟାଳୟର ୧୦୦ରୁ ଅଧିକ ଛାତ୍ରଛାତ୍ରୁ ଅସୁସ୍ଥ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ଜଣ ଚିକିତ୍ସା ପାଇଁ ମେଡ଼ିକାଲକୁ ଯାଇଥିଲେ। ଆଜି ଆଉ ୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡ଼ିକାଲକୁ ଚିକିତ୍ସା ପାଇଁ ଯାଇଥିବା ସୂଚନା ମିଳିଛି।ନବରଙ୍ଗପୁର ଜିଲ୍ଲା ଖାତିଗୁଡା ଜବାହାର ନବୋଦୟ ବିଦ୍ୟାଳୟରେ ବ୍ୟାପିଛି ଝାଡାବାନ୍ତି ବିଦ୍ୟାଳୟର 150 ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଏବେ ଆକ୍ରାନ୍ତ ହେଇଥିବା ସୂଚନା ମିଳିଛି। ଗତକାଲି 9 ଜଣ ଛାତ୍ରଛାତ୍ରୀ ଆକ୍ରାନ୍ତ ହେବା ପରେ ସେମାନଙ୍କୁ ତେନ୍ତୁଳୀଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଆଜି ପୁଣି ସମସ୍ତଙ୍କର ଝାଡା ବାନ୍ତି ହେଉଥିବା ଖବର ପାଇ ଏକ ଡାକ୍ତରୀ ଟିମ ବିଦ୍ୟାଳୟ ପହଞ୍ଚିବାବେଳେ 150ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଏଭଳି ଡାଇରିଆରେ ଆକ୍ରାନ୍ତ ଥିବା ଜଣାପଡିଥିଲା। ଡାକ୍ତରି ଟିମ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ଚିକିତ୍ସା ଜାରି ରଖିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |