ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟି-୨୦ : ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ,୨୫।୧:  ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ଇଂଲଣ୍ଡ ଦ୍ବିତୀୟ ଟି-୨୦ ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ବୋଲିଂ ନିଷ୍ପତ୍ତି ନେଇଛି। ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଆଜି ଭାରତୀୟ ଦଳରେ ଦୁଇଟି ବଡ଼ ପରିବର୍ତ୍ତନ କରାଯାଇଛି।ପ୍ରଥମ ଟି-୨୦ ମ୍ୟାଚରେ ଖେଳିଥିବା ରିଙ୍କୁ ସିଂହ ଏବଂ ନୀତିଶ କୁମାର ରେଡ୍ଡୀ ଆଘାତ କାରଣରୁ ଦ୍ବିତୀୟ ଟି-୨୦ ମ୍ୟାଚ୍‌ରୁ ବାଦ୍‌ ପଡିଛନ୍ତି। ଏହି ଦୁଇଜଣଙ୍କ ସ୍ଥାନରେ ୱାଶିଂଟନ ସୁନ୍ଦର ଏବଂ ଧ୍ରୁବ ଜୁରେଲଙ୍କୁ ପ୍ଲେଇଙ୍ଗ ୧୧ରେ ସାମିଲ କରାଯାଇଛି। ଟିମ୍ ଇଣ୍ଡିଆ ଏହି ମ୍ୟାଚ୍ ଜିତି ସିରିଜରେ ୨-୦ରେ ସିରିଜ୍‌ ଅଗ୍ରଣୀ ହାସଲ କରିବାକୁ ଲକ୍ଷ୍ୟ ରଖିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!