ସୁଭଦ୍ରା ଯୋଜନା,ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି

ଭୁବନେଶ୍ବର,୨୬ା୧: ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ମିଳିବ  । ଏନେଇ କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।ଏଯାଏଁ ପ୍ରାୟ ୮୦ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଲାଣି । ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ବୋଲି ମୋହନ ମାଝୀ କହିଛନ୍ତି ।ଯେଉଁମାନେ ପ୍ରକୃତ ହିତାଧିକାରୀ ସେମାନଙ୍କୁ କଦାଚିତ ସୁଭଦ୍ରା ଯୋଜନାରୁ ବାଦ୍ ପଡିବେ ନାହିଁ । ସର୍ଭେ ଜାରି ରହିଥିବା ବେଳେ ଖୁବଶୀଘ୍ର ହିତାଧିକାରୀଙ୍କୁ ଟଙ୍କା ଦିଆଯିପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ ଆହୁରି କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ୍ ଜନନାୟକଙ୍କୁ ମନେ ପକାଇବା ପାଇଁ ପରମ ସୁଯୋଗ ଆସିଛି। ଦେଶର ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ ରଖାଯାଇଛି। ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି। ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!