ବଦଳିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର,୨୭।୧: ବଦଳିଲେ ରାଜ୍ୟ ନିର୍ବାଚନ କମିଶନ। ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ଏହି ଦାୟିତ୍ୱ ମିଳିଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ।ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।ସେପଟେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ନିକଟରେ ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିଲା। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ ବହୁ ତଥ୍ୟ ପଦାକୁ ଆଣିଥିଲେ। ପ୍ରକାଶ ମିଶ୍ର ନାଁ ନ ନେଇ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!