ଉତ୍କର୍ଷ ଓଡିଶା ,ପ୍ରଧାନମନ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨୭।୧:ଜନତା ମଇଦାନରେ ଜାନୁଆରୀ ୨୮ ଓ ୨୯ ଦୁଇ ଦିନ ଧରି ଉତ୍କର୍ଷ ଓଡିଶା  |ମେକ ଇନ ଓଡିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଦେଶର ଶ୍ରେଷ୍ଠ ୫ଟି ଅର୍ଥନୀତି ରାଜ୍ୟ ମଧ୍ୟରେ ଓଡିଶାର ସ୍ଥାନ ପାଇବାର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।ଉତ୍କର୍ଷ ଓଡିଶା ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ ପୁଲିସ ଫୋର୍ସ । ଏନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୋମବାର ସୂଚନା ଦେଇଛନ୍ତି। ବିଭିନ୍ନ ରାଙ୍କ୍‌ର ୪୦୦ରୁ ଅଧିକ ଅଧିକାରୀ ମୁତୟନ ହେବେ । ପ୍ରଧାନମନ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି ପୁଲିସ, ବୋମା ନିଷ୍କ୍ରିୟ ଦଳ ଓ ସନ୍ଧାନୀ କୁକୁର। ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!