ଭୁବନେଶ୍ୱର,୨୮।୧:ଭୁବନେଶ୍ବରରେ ଦୁଇ ଦିନିଆ ନିବେଶକ ସମ୍ମିଳନୀ ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ ଆରମ୍ଭ ହୋଇଯାଇଛି। ଜନତା ମଇଦାନରେ ଆୟୋଜିତ ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଓଡ଼ିଶା ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପ୍ରଥମ ଦିନର ଉତ୍କର୍ଷଓଡ଼ିଶାକନକ୍ଲେଭରେ ୫୪ ଏମଓୟୁ ସ୍ବାକ୍ଷରିତ ହୋଇଛି। ଶିଳ୍ପ ସଚିବ ହେମନ୍ତ ଶର୍ମା ଏହି ସୂଚନା ଦେଇଛନ୍ତି। ଏହି ଏମଓୟୁ ଦ୍ବାରା ରାଜ୍ୟକୁ ୪ରୁ ସାଢେ ୪ ଲକ୍ଷ କୋଟି ଟଙ୍କାର ନିବେଶ ଆସିବ। ଏହା ଭିତରୁ ସବୁଠୁ ବଡ MOUଆଦାନୀ ଗ୍ରୁପ ସହ ସ୍ବାକ୍ଷର ହୋଇଛି । ୨.୨୮ ଲକ୍ଷ କୋଟି ଟଙ୍କାରMOU ସ୍ବାକ୍ଷର କରିଛି ଆଦାନୀ।କେନ୍ଦୁଝରରେ ୫ ନିୟୁତ ଟନ କ୍ଷମତା ବିଶିଷ୍ଟ ଷ୍ଟିଲ ପ୍ଲାଣ୍ଟ ପାଇଁ JSWଗ୍ରୁପ ସହ MOU ହୋଇଛି । କେନ୍ଦୁଝରରେ JSW କରିବ ଇସ୍ପାତ କାରଖାନା। ଏନେଇ ପୋସ୍କୋ ସହ ଆଲୋଚନା ଚାଲିଥିବା ସୂଚନା ଦେଇଛନ୍ତି JSW ମୁଖ୍ୟ ସଜ୍ଜନ ଜିନ୍ଦଲ। କେନ୍ଦୁଝରରେ ୩୦-୪୦ ହଜାର କୋଟିର ନିବେଶ ଲକ୍ଷ୍ୟ ରହିଛି। ଅନ୍ୟ ପକ୍ଷରେ JSPL ଗ୍ରୁପ୍ ଅନୁଗୁଳ ସ୍ଥିତ ଷ୍ଟିଲ ପ୍ଲାଣ୍ଟ ସମ୍ପ୍ରସାରଣ ପାଇଁ ୭୦ ହଜାର କୋଟି ଟଙ୍କା ପୁଞ୍ଜିନିବେଶ ଲାଗି ଘୋଷଣା କରିଛନ୍ତି ଗ୍ରୁପ ଅଧ୍ୟକ୍ଷ ନବୀନ ଜିନ୍ଦଲ । ବିର୍ଲା ଗ୍ରୁପ କପର ଫଏଲ୍ ପ୍ଲାଣ୍ଟ ସ୍ଥାପନ ପାଇଁ MOU ସ୍ବାକ୍ଷର କରିଛି । ଏହାଛଡ଼ା ଆଜି ବିଭିନ୍ନ ନିବେଶକଙ୍କଠାରୁ ୧୦୦ରୁ ଅଧିକ ପୁଞ୍ଜିନିବେଶ ଆଗ୍ରହ ପାଇଛନ୍ତି ରାଜ୍ୟ ସରକାର । JSPL ଅଧ୍ୟକ୍ଷ ନବୀନ ଜିନ୍ଦଲ ମଧ୍ୟ କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ବସାଇବାକୁ ଇଚ୍ଛା ପ୍ରକାଶ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |