ଅସ୍ତବ୍ୟସ୍ତ କରିବ ଘନ କୁହୁଡି : ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର,, ୨୮।୧: ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ହେବ ଟାଇଁ ଟାଇଁ ଖରା । ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳ ଓଡ଼ିଶାରେ ପାରଦ ଅଧିକ ବଢିବ। ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତାପମାତ୍ରା । ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି । କିଛି ସ୍ଥାନରେ ଗରମ ଅନୁଭୁବ ହୋଇଛି । ରାଜ୍ୟର ଉତ୍ତରପଶ୍ଚିମ ଭାଗରେ ତଳମୁହାଁ ପାରଦ। ପଶ୍ଚିମାଝଡ଼ ଅପସାରଣ ପରେ ରାଜ୍ୟରେ ଉତ୍ତରପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ପାଇଛି । ଫଳରେ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ଘଟିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଅନେକ ସ୍ଥାନରେ ଶୀତ ବୃଦ୍ଧି ପାଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ଆଶଙ୍କା‌ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ସେପଟେ ତାପମାତ୍ରା ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଅସ୍ତବ୍ୟସ୍ତ କରିବ ଘନ କୁହୁଡି । ଆଜି ରାତି ଦୁଇଟାରୁ କାଲି ସକାଳ ୯ଟା ପର୍ଯ୍ୟନ୍ତ ଘନ କୁହୁଡି ନେଇ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନୟାଗଡ ଏବଂ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!