ଭୁବନେଶ୍ୱର, ୨୮।୧: ଓଡ଼ିଶାରେ ଏକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ଇଛା ପ୍ରକାଶ କରିଛନ୍ତି ବେଦାନ୍ତ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ। ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗ ଦେଇ କହିଛନ୍ତି ଯେ କମ୍ପାନୀ ପୁରୀ ଜିଲାରେ ଏକ ବିଶ୍ୱସ୍ତରୀୟ ଅଣଲାଭକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ଜମି ଖୋଜୁଛି। ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଗ୍ରୁପ୍ ପ୍ରାୟ ୨୦,୦୦୦ କୋଟି ଟଙ୍କା ନିବେଶ କରିବ।ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ବର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।ରାୟଗଡ଼ାରେ ନୂଆ ପ୍ଲାଣ୍ଟ ପ୍ରତିଷ୍ଠା କରିବ ବେଦାନ୍ତ । ଏନେଇ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ ସୂଚନା ଦେଇଛନ୍ତି । ଅନୀଲଙ୍କ କହିବା ମୁତାବକ, ବେଦାନ୍ତ ୧ ଲକ୍ଷ କୋଟି ଟଙ୍କାର ନିବେଶ କରିବ । ତେବେ ବେଦାନ୍ତର ଏହି ନିବେଶ ଯୋଗୁଁ ଓଡ଼ିଶାରେ ଅନେକ ନିଯୁକ୍ତି ସୃଷ୍ଟି ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |