ଭୁବନେଶ୍ୱର,,୩୦ା୧: ରାଜ୍ୟ ସରକାରଙ୍କ ପକ୍ଷରୁ ଇ-କେୱାସି ଶେଷ ତାରିଖ ଅବଧି ବୃଦ୍ଧି କରାଯାଇଥିବା ନେଇ ସୂଚନା ମିଳିଛି। ଇ-କେୱାଇସି ଅପଡେଟ୍ ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ରାସନ କାର୍ଡ ଅପଡେଟ୍ ପାଇଁ ବଢିଲା ସମୟ ସୀମା। ଫେବୃଆରୀ ୧୫ ତାରିଖ ଯାଏଁ ବଢିଲା ରାସନ ଇ-କେୱାଇସି ଅପଡେଟ୍। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଜାରି କରିଛନ୍ତି।ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା। ଏହି ସମୟ ସୀମାକୁ ବର୍ତ୍ତମାନ ଫେବୃଆରୀ ୧୫ ତାରିଖକୁ ବୃଦ୍ଧି କରାଯାଇଛି। କିଛି ଲୋକେ ଇ-କେୱାଇସି କରି ନଥିବାରୁ ତାରିଖ ବୃଦ୍ଧି ପାଇଁ ଦାବି କରିଥିଲେ।ଏହାକୁ ବିଚାର କରି ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ଯୋଗ୍ୟତା ନଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀ ତାଗିଦ କରିଥିଲେ। ଯଦି ଏହିମାନେ କାର୍ଡ ନ ଫେରାନ୍ତି, ତେବେ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |