ଭୁବନେଶ୍ୱର,୩୦ା୧: ରାଜ୍ୟରେ ବଢିଲା ଦିନ ସହ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଛି। ଆସନ୍ତା ୫ ଦିନ ପରେ ଆହୁରି ବଢିବ ତାପମାତ୍ରା । ଅଧିକାଂଶ ଜିଲ୍ଲାରେ ସ୍ବାଭାବିକ ଠାରୁ ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାତି । ବିଶେଷ କରି ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ବଢିବ ଦିନ ତାପମାତ୍ରା । ଉପକୂଳ ଓଡ଼ିଶାରେ ଅହେତୁକ ବଢିବ ରାତିର ତାତି। ମେଘମୁକ୍ତ ଆକାଶ ପାଇଁ ତାପମାତ୍ରା ବୃଦ୍ଧି ନେଇ ପାଣିପାଗ କେନ୍ଦ୍ରର ସୂଚନା।ଆସନ୍ତା ୨ ତାରିଖ ଯାଏ ଘନକୁହୁଡ଼ି ନେଇ ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କଟକ, ଖୋର୍ଦ୍ଧା, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କୋରାପୁଟରେ ପ୍ରବଳ କୁହୁଡ଼ି ଦେଖାଦେବ। ଶୁକ୍ରବାର ରାତି ଓ ୧ ତାରିଖ ସକାଳ ପାଇଁ ୮ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।ଏଥିସହିତଜପୁର, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳରେ ଘନକୁହୁଡ଼ି ଦେଖାଦେବ। ୧ ତାରିଖ ରାତି ଓ ୨ ତାରିଖ ସକାଳ ପାଇଁ ୫ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |