ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଦାୟିତ୍ୱ ନେଲେ ମଧୁସୂଦନ ପାଢ଼ୀ

ଭୁବନେଶ୍ୱର,୩୧ା୧: ରଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ନେଲେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ । ଆଜିଠୁ ସେ ଦାୟିତ୍ଵ ତୁଲାଇବେ। ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି । ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ୨୦୨୭ରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନକୁ ସୁରୁଖୁରରେ ସମାପନ କରିବା ତାଙ୍କ ପାଇଁ ଗୁରୁ ଦାୟିତ୍ୱ ବୋଲି କହିଛନ୍ତି ନୂଆ କମିଶନର ମଧୁସୂଦନ ପାଢ଼ୀ । ୧୯୯୧ ବ୍ୟାଚର ଏହି ବରିଷ୍ଠ ଅଧିକାରୀଙ୍କୁ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି ।ସେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଆଗରୁ କାମ କରିଛନ୍ତି । ସେ ରାଜ୍ୟ ସରକାରଙ୍କ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ପରିବହନ କମିଶନର ଓ  ଓମଫେଡର ପରିଚାଳନା ନିର୍ଦ୍ଦେଶକ ଭାବେ କାମ କରିବାର ଅଭିଜ୍ଞତା ତାଙ୍କର ରହିଛି । ୨୦୨୨ ଅକ୍ଟୋବର ମାସରେ ସେ ଚାକିରିରୁ ଅବସର ନେଇଥିଲେ । ତା ପୂର୍ବରୁ ତାଙ୍କୁ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା ।

 

 

 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!