ମ୍ୟାଚ୍ ପୂର୍ବରୁ ବାରବାଟି ଷ୍ଟାଡୟମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ,୩୧।୧: ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ନୂଆ ସରକାର ଆସିବା ପରେ ଏହା ଆମ ପାଇଁ ପ୍ରଥମ ମ୍ୟାଚ୍‌। ସମୟ ଅନୁସାରେ ପ୍ରସ୍ତୁତି ସବୁ ଠିକ୍‌ ଚାଲିଛି। ଏଥର ମ୍ୟାଚ୍‌ ଉତ୍ସାହପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।କଟକ ବାରବାଟି ଷ୍ଟାଡିୟମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀା ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ- ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦିନିକିଆ ମ୍ୟାଚ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ସ୍ଥିତି ସମୀକ୍ଷା କରିଛନ୍ତିାସମୀକ୍ଷା ପରେ ପ୍ରସ୍ତୁତି ସନ୍ତୋଷଜନକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀା ବାରବାଟିରେ ମ୍ୟାଚ୍ ଆମ୍ ଓଡ଼ିଶା ପାଇଁ ସୌଭାଗ୍ୟର କଥ।।ନୂଆ ସରକାର ଆସିବା ପରେ ଏହା ଆମ ପାଇଁ ପ୍ରଥମ ମ୍ୟାଚ୍ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀାବାରବାଟିରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ୍ ପାଇଁ ଲୋକାର୍ପିତ ହେଲା ଓଡ଼ିଆ ଥିମ୍ । ସଙ୍ଗ୍ ମୁଖ୍ୟମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀଙ୍କ ସମେତ ବିଧାୟକ, ଓସିଏ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ହେଲା ଲୋକାର୍ପିତାଏହି ଥିମ୍ ସଙ୍ଗ୍କୁ ପ୍ରସ୍ତୁତ କରିଛନ୍ତି ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ପ୍ରେମାନନ୍ଦା

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!