ନୂଆଦିଲ୍ଲୀ,୧।୨: ୨୦୨୫ ବଜେଟ୍ ଉପସ୍ଥାପନ ହେବାର କିଛି ଘଣ୍ଟା ପୂର୍ବରୁ ଦେଶର କୋଟି କୋଟି ଲୋକଙ୍କୁ ମିଳିଛି ଆଶ୍ୱସ୍ତି ମିଳିଛି । ସାଧାରଣ ଲୋକଙ୍କୁ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ଦିଆଯାଇଛି ଆଶ୍ୱସ୍ତି । ଆଇଓସିଏଲ ତଥ୍ୟ ଅନୁଯାୟୀ, ଲଗାତାର ଦ୍ୱିତୀୟ ମାସ ପାଇଁ ଗ୍ୟାସ ସିଲିଣ୍ଡର ମୂଲ୍ୟ ହ୍ରାସ କରାଯାଇଛି । ପ୍ରକୃତରେ ଏହି ହ୍ରାସ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ କରାଯାଇଛି । ଯଦି ଗତ ଦୁଇ ମାସର ହ୍ରାସକୁ ଯୋଡାଯାଏ, ତେବେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୦ ଟଙ୍କାରୁ ଅଧିକ କମିଛି । ଅନ୍ୟପକ୍ଷରେ, ମାର୍ଚ୍ଚ ୨୦୨୪ ପରଠାରୁ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |