ନବରଙ୍ଗପୁର(ମିହିର ଶଙ୍କର ପାତ୍ର), ୩ା୨ :- ବିଦ୍ୟାଦାତ୍ରୀ ମାଁ ସରସ୍ବତୀଙ୍କ ପୂଜା। ଡାବୁଗାଁ ସଦର ମହକୁମା ସ୍ଥିତ ସରକାରୀ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସହ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡ଼ିକ ଉତ୍ସବମୁଖର ହୋଇଥିବାର ପରିଲକ୍ଷିତ ହୋଇଛି। ସକାଳୁ 10 ଘଣ୍ଟା ସମୟରୁ ସକାଳୁ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନେ ନିଜ ନିଜ ଶିକ୍ଷାନୁଷ୍ଠାନରେ ପହଞ୍ଚିଥିବା ଜଣାଯାଇଛି। ଗତକାଲିଠାରୁ ସରସ୍ବତୀ ପୂଜା ପାଇଁ ଶିକ୍ଷାନୁଷ୍ଠାନଗୁଡ଼ିକୁ ସଜାଯାଇଛି। ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ଉତ୍ସାହ ବହୁଗୁଣିତ ହୋଇଥିବା ପରିଲକ୍ଷିତ ହଇଛି। ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ପିଲାମାନଙ୍କୁ ଖଡ଼ି ଛୁଆଁଇବା ଲାଗି ବାପାମାଆମାନେ ପହଞ୍ଚୁଛନ୍ତି।ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ଅନୁଷ୍ଠିତ ହୋଇଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |