ଭୁବନେଶ୍ୱର, ୪।୨:ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା ଭଳି ଶ୍ରୁତିମଧୁର ଗୀତର ଗୀତିକାର ସଂଗ୍ରାମ ମହାନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସେ ନିଜର ଭଞ୍ଜପୁର ସ୍ଥିତ ବାସଭବନରେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଆଜି ବାରୁଣୀଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଗୀତିକବିଙ୍କ ମହଲରେ ଶୋକର ଛାୟା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |