ମହାକୁମ୍ଭ ମେଳାରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ,୫।୨:ଆଜି ତ୍ରୀବେଣୀ ସଂଗମରେ ବୁଡ଼ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ପ୍ରୟାଗରାଜର ମହାକୁମ୍ଭ ମେଳାରେ କୋଟି କୋଟି ଭକ୍ତ ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଉଛନ୍ତି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ବୁଡ ପକାଇଛନ୍ତି। ପୂଜାର୍ଚ୍ଚନା ପରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ।ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେଉଛି ସଂଗମ ଘାଟ । ଚାରିଆଡ଼େ ଆଧ୍ୟାତ୍ମିକ ମାହୋଲ ।ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସୂର୍ଯ୍ୟ ଭଗବାନଙ୍କୁ ଅର୍ଘ୍ୟ ଅର୍ପଣ କରିଥିଲେ । ଗାଧୋଇବା ସମୟରେ ପ୍ରଧାନମନ୍ତ୍ରୀଙ୍କ ହାତରେ ଏକ ରୁଦ୍ରାକ୍ଷ ମାଳା ମଧ୍ୟ ଥିଲା । ସେ ପବିତ୍ର ସ୍ନାନ ପରେ ମନ୍ତ୍ର ମଧ୍ୟ ଜପ କରିଥିଲେ।ମହାକୁମ୍ଭରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଗମନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!