‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୨:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।ଆଜିଠୁ ଆରମ୍ଭ ହୋଇଛି ‘ବିକଶିତ ଗାଁ, ବିକଶିତ ଓଡିଶା’ । ଭୁବନେଶ୍ୱର ନିକଟବର୍ତ୍ତୀ  ଖୋର୍ଦ୍ଧା  ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ,  ସହର ଓ ଗାଁ ଭିତରେ ବିକାଶରେ ଯେଉଁ ପାର୍ଥକ୍ୟ ଅଛି, ଏହି ଯୋଜନା ତାକୁ ଦୂର କରି ମୌଳିକ ଭିତ୍ତିଭୂମିରେ ସମାନତା ଆଣିବ । ଓଡିଶାର ପ୍ରାୟ ୬୦ ହଜାର ଗାଁରେ ବିକାଶର ଗଙ୍ଗା ପ୍ରବାହିତ ହେବ । ଗାଁ ଗୁଡିକୁ ବିକାଶର ଗ୍ରୋଥ୍ ଇଂଜିନ କରିବ । ଏହି ଯୋଜନା  ପ୍ରଧାନମନ୍ତ୍ରୀଙ୍କ “ସବ୍‍କା ସାଥ୍, ସବ୍‍କା ବିକାଶ୍, ସବ୍‍କା ବିଶ୍ୱାସ୍, ସବ୍‍କା ପ୍ରୟାସ୍”ର ଶ୍ରେଷ୍ଠ ନିଦର୍ଶନ ।ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଥିଲେ।ଏହି ଯୋଜନା ଅଧୀନରେ ଗ୍ରାମାଞ୍ଚଳର ବିକାଶ ପାଇଁ ପ୍ରତ୍ୟେକ ବର୍ଷ ୧ ହଜାର କୋଟି ଟଙ୍କାର ବ୍ୟୟ ଅଟକଳ ସହ ଆଗାମୀ ୫ ବର୍ଷ ପାଇଁ ମୋଟ୍ ୫ ହଜାର କୋଟିର ବ୍ୟୟବରାଦ ହୋଇଛି। ଏହା ଦ୍ଵାରା ମୌଳିକ ଭିତ୍ତିଭୂମିର ବିକାଶ ସହ ଗ୍ରାମାଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବିଶେଷ କରି ଅନୁନ୍ନତ ଜନଜାତି ସମୁଦାୟ ବା ପିଭିଟିଜି ବସବାସ କରୁଥିବା ଅଞ୍ଚଳର ସଡ଼କ ସଂଯୋଗୀକରଣ, ଶିକ୍ଷା ଓ କ୍ରୀଡ଼ା ଭିତ୍ତିଭୂମିର ସମ୍ପ୍ରସାରଣ ଏବଂ ଆଧୁନିକୀକରଣ, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳର ବିକାଶ ଓ ଉନ୍ନତିକରଣ, ଜନମଙ୍ଗଳକାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ବୟନ ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ। ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!