ଭୁବନେଶ୍ୱର,୭ା୨: ଆଜି ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିଟ୍ -୩ କ୍ୟାପିଟାଲ ହାଇସ୍କୁଲଠାରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ ।ଗଣଶିକ୍ଷା ବିଭାଗ ଅଧିନରେ ୨୭୬୭ଜଣ ଅଧ୍ୟକ୍ଷ , ଶିକ୍ଷକ, କନିଷ୍ଠ ସହାୟକ ଓ ସମୀକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଏ ନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ସୂଚନା ଦିଆଯାଇଥିଲା ।ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପାଇଁ ୮୯୪ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ହାଇସ୍କୁଲର ୧୭୯୮ ଜଣ ଶିକ୍ଷକ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ୨୮ କନିଷ୍ଠ ଶିକ୍ଷକ ସହାୟକ. ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟଅଧୀନରେ ୨ ଜଣ ସମୀକ୍ଷକଙ୍କୁ ନିଯୁକ୍ତି ମିଳିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |