ନୂଆଦିଲ୍ଲୀ,୭।୨: ଫ୍ରାନ୍ସ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ କ୍ରମେ ଫ୍ରାନ୍ସ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫ୍ରାନ୍ସ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ ୧୦-୧୨ ପର୍ଯ୍ୟନ୍ତ ଫ୍ରାନ୍ସ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ଏଠାରେ AI ସମ୍ମିଳନୀର ସହ-ଅଧ୍ୟକ୍ଷତା କରିବେ, ଯେଉଁଥିରେ ଆମେରିକାର ଉପରାଷ୍ଟ୍ରପତି ଏବଂ ଚାଇନାର ଉପପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ରାଷ୍ଟ୍ରମୁଖ୍ୟ ଯୋଗଦେବେ। ପ୍ରଧାନମନ୍ତ୍ରୀ ମୋଦି ୧୦ ଫେବୃଆରୀ ସାରେ ପ୍ୟାରିସରେ ପହଞ୍ଚିବେ, ଯେଉଁଠାରେ ସେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଦ୍ୱାରା ଆୟୋଜିତ ରାତ୍ରୀଭୋଜନରେ ଯୋଗଦେବେ। ଏହା ପରେ ମୋଦି ଆମେରିକା ଗସ୍ତ କରିବେ।ବୈଦେଶିକ ସଚିବ ବିକ୍ରମ ମିସ୍ରି କହିଛନ୍ତି ଯେ, ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏମାନୁଏଲ ମାକ୍ରନଙ୍କ ଆମନ୍ତ୍ରଣ କ୍ରମେ ଫେବୃୟାରୀ ୧୦ରେ ପ୍ରଧାନମନ୍ତ୍ରୀ ପ୍ରଥମେ ଫ୍ରାନ୍ସ ଗସ୍ତ କରିବେ। ଏହି ଗସ୍ତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରହିବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଫ୍ରାନ୍ସରେ ଆୟୋଜିତ ହେବାକୁ ଥିବା କୃତ୍ରିମ ବୁଦ୍ଧିମତ୍ତା ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବେ। ଏହା ପରେ ପରେ ମୋଦୀ ୧୨ ତାରିଖରୁ ଆମେରିକା ଗସ୍ତରେ ଯିବେ। ୧୩ ତାରିଖରେ ମୋଦୀଙ୍କ ଗସ୍ତ ଶେଷ ହେବ। ଆମେରିକା ଗସ୍ତ ସମୟରେ ମୋଦୀ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ଵିପାକ୍ଷିକ ଆଲୋଚନା ହେବ। ଆମେରିକା ପ୍ରଶାସନକର ଅପ୍ରବାସନ ଏବଂ ତାରିଫ ନୀତି ସମ୍ପର୍କରେ ବୈଠକରେ ଆଲୋଚନା ହୋଇପାରେ। ଟ୍ରମ୍ପ ଦାୟିତ୍ବ ଗ୍ରହଣ କରିବା ପରେ ମୋଦୀ ୨ୟ ନେତା ଭାବେ ତାଙ୍କୁ ସାକ୍ଷାତ କରିବେ। ପ୍ରଥମେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଟ୍ରମ୍ପଙ୍କୁ ଭେଟିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |